ରାଶିଫଳ

ଆଜିର ରାଶିଫଳ

ଆ.ଓ.ରି(ତା୯|୫)-

👉 *ମେଷ:* ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ମିତ୍ର ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ସବୁ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟରେ ବିସ୍ତାର ଲାଗି ସୁଯୋଗ ମିଳିବ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ଫଳାଫଳ ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ହର ପାର୍ବତୀ।

👉 *ବୃଷ:* ଲକ୍ଷ୍ୟପ୍ରାପ୍ତି ଦିଗରେ ଏକାଗ୍ରତାର ସହିତ ଅଧିକ ପରିଶ୍ରମ କରନ୍ତୁ। ନିଜର ବ୍ୟବହାରରେ ସଂଯମ ରଖନ୍ତୁ। ଅଫିସରେ କାମର ବୋଝ ବଢ଼ିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।

👉 *ମିଥୁନ:* ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତକଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବ୍ୟବସାୟରୁ ଧନଲାଭ ହେବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।

👉 *କର୍କଟ:* ଆଜି ଆପଣ ନିଜର ଊର୍ଜାକୁ ଠିକ ରୂପେ ବ୍ୟବହାର କରିବେ। ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଛାତ୍ରୀଙ୍କୁ ପରୀକ୍ଷାରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

👉 *ସିଂହ:* ମନ ପ୍ରଫୁଲ୍ଲ ରହିବ। ମହତ୍ତ୍ଵପୂର୍ଣ୍ଣ ବ୍ୟାପାରରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ଚାକିରିଆଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଗାୟତ୍ରୀ।

👉 *କନ୍ୟା:* ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇ ଖୁସି ହେବେ। ଛାତ୍ରଙ୍କୁ ସଫଳତା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ବିରଜା।

👉 *ତୁଳା:* ଆପଣଙ୍କର ନୂଆ ଊର୍ଜା ଅନ୍ୟକୁ ପ୍ରଭାବିତ କରିବ। ପୂର୍ବରୁ କରିଥିବା ପରିଶ୍ରମ ଲାଗି ଆଜି ଯଥେଷ୍ଟ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ କୌଣସି ମହତ୍ତ୍ଵପୂର୍ଣ୍ଣ ବୈଠକ ହେବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

👉 *ବିଛା:* ମନ ପ୍ରସନ୍ନ ରହିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ସନ୍ତାନଙ୍କ ବିଶେଷ କାର୍ଯ୍ୟ କରିବାରେ ଧନ ଖର୍ଚ୍ଚ ହେବ। ସରକାରୀ ଚାକିରିଆଙ୍କ ଲାଗି ଦିନଟି ଉତ୍ତମ। ଶୁଭରଙ୍ଗ: ଧୂସର। ଆରାଧନା: ବାବା କପିଳାସ।

👉 *ଧନୁ:* ଦିନଟି ଠିକ୍‌ଠାକ୍‌ ରହିବ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ବ୍ୟବସାୟ କିମ୍ବା ଚାକିରିରେ ନୂଆ କାମର ଶୁଭାରମ୍ଭ ହୋଇପାରେ। ବୈବାହିକ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଭୈରବୀ।

👉 *ମକର:* ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିବେ। ଆମଦାନିର ନୂଆ ଅବସର ପାଇବେ। ସନ୍ଧ୍ୟାରେ କୌଣସି ବନ୍ଧୁଙ୍କ ସହିତ ସାକ୍ଷାତ ସୁଖଦ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀ ଗଣେଶ।

👉 *କୁମ୍ଭ:* ଦିନଟି ଆପଣଙ୍କ ଲାଗି ଅନୁକୂଳ। ଯାହା ବି କାମ କରିବେ ସଫଳତା ହାସଲ କରିବେ। ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ବିବାହ ପାଇଁ ଭଲ ପ୍ରସ୍ତାବ ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

👉 *ମୀନ:* ଧାର୍ମିକ ପ୍ରବୃତ୍ତି ବୃଦ୍ଧି ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ବ୍ୟବସାୟରେ ବିସ୍ତାର ଲାଗି ନୂଆ ସୁଯୋଗ ମିଳିବ। ବରିଷ୍ଠଜନଙ୍କ ସହିତ ସମ୍ବନ୍ଧ ଘନିଷ୍ଠ ହେବ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ବଗଳାମୁଖୀ।

🙏🙏🙏🙏🙏🙏🙏🙏🙏🙏🙏

Related Articles

Leave a Reply

Your email address will not be published. Required fields are marked *

Back to top button