ରାଶିଫଳ

ଆଜିର ରାଶିଫଳ

ଆଓରି(ତା୧୭|୪)-

 

ମେଷ:
ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ।
ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।
ବୃଷ:
ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।
ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।
ମିଥୁନ:
ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ।
ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କର୍କଟ:
ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ।
ପ୍ରତିକାର-  ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।
ସିଂହ:
ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। କର୍ମ କ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ।
ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।
ତୁଳା:
ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।
ପ୍ରତିକାର-ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ବିଛା:
ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ।
ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ଧନୁ:
ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପରେ।
ପ୍ରତିକାର-ସକାଳେ ଧର୍ମସ୍ଥାନକୁ ସଫା କରନ୍ତୁ।
ମକର:
ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।
ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:
ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇସମ୍ମାନ ଓ ପ୍ରଶଂସା ପାଇବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ।
ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।
ମୀନ:
ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍।
ପ୍ରତିକାର-ଇଷ୍ଟଦେବଙ୍କୁ ଦୁଇଟି କଦଳୀ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button