ରାଶିଫଳ

ଆଜିର ରାଶିଫଳ

ଆ.ଓ.ରି(ତା୧୫|୫)-

ମେଷ: ଆଜି ଆପଣଙ୍କୁ ଭାଗ୍ୟ ବହୁତ କିଛି ଦେବ। ଅଫିସରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ। ଆପଣ ବନ୍ଧୁମାନଙ୍କ ସଙ୍ଗରେ ରହି ଶାନ୍ତି ଅନୁଭବ କରିବେ। ବେକାରଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆପଣ ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ବଢ଼ିବ। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ଘରକୁ ବନ୍ଧୁଙ୍କ ଆସିବା-ଯିବା ଲାଗି ରହିବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମିଥୁନ: ଦିନଟି ଦୁଃଖସୁଖଭରା ରହିବ। ବ୍ୟାଙ୍କରେ ଅର୍ଥ ନେଣଦେଣ ସାବଧାନତାର ସହ କରିବା ଜରୁରୀ। ଆୟ ତୁଳନାରେ ଖର୍ଚ୍ଚ ଅଧିକ ହେବ। ପ୍ରଗତିରେ ଅବରୋଧ ହେବ। ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବା ଲାଗି ପ୍ରସ୍ତୁତ ରହନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା କପିଳାସ।

କର୍କଟ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ରାଜନୀତିରେ ମନୋକାମନା ପୂରଣ ହେବ। ରାଷ୍ଟ୍ରୀୟ ସ୍ତରର ନେତାଙ୍କ ସହିତ ସଂପର୍କ ହେବ। ଧନଲାଭର ନୂଆ ଅବସର ଆସିବ। ପରିବାର ସହିତ ଅଧିକ ସମୟ କଟିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭୈରବୀ।

ସିଂହ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିପାରେ। ଧର୍ମସଂସ୍ଥାକୁ ଦାନ ଦେଇପାରନ୍ତି। ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

କନ୍ୟା: ଦେବୀମାତାଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ। ଆଜି ଆପଣଙ୍କୁ ସାମାଜିକ କାର୍ଯ୍ୟକ୍ରମକୁ ଯିବାକୁ ପଡ଼ିପାରେ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ହର ପାର୍ବତୀ।

ତୁଳା: ପୂରା ଦିନ ସତର୍କ ରହିବାର ଆବଶ୍ୟକତା ରହିଛି। ବଡ଼ଙ୍କ ରାୟ ଗ୍ରହଣ କରନ୍ତୁ ଭଲ ହେବ। ବ୍ୟବସାୟରେ ନୂଆ ସମ୍ଭାବନା ଅନେ୍ଵଷଣ କରିବେ। ବନ୍ଧୁମାନଙ୍କ ସହିତ ବସି ହାଲୁକା ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବାରେ ସକ୍ଷମ ହେବେ। ବ୍ୟବସାୟ ବୃଦ୍ଧି ଲାଗି ଉପାୟ ଫଳପ୍ରଦ ହେବ। ଫିଲ୍ମ କଳାକାରଙ୍କୁ ବଢ଼ିଆ ପ୍ରସ୍ତାବ ମିଳିପାରେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ଧନୁ: କମ୍‌ କଥା କହିଲେ ଲୋକଙ୍କ ନଜରକୁ ଆସିବେ। ଶିକ୍ଷାକ୍ଷେତ୍ରରେ କରିଥିବା ପରିଶ୍ରମର ଫଳ ନିଶ୍ଚୟ ପାଇବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଲାଭ ହେବ। ପଢ଼ାଲେଖାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ କୀଚକେଶ୍ୱରୀ।

ମକର: ଆଜି ଦିନଟି ଉତ୍ତମ ରହିବ। ନିଜର ସାମାଜିକ ଜୀବନରେ ଆନନ୍ଦ ଉପଭୋଗ କରନ୍ତୁ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ବଢ଼ିଆ ଚାକିରିର ସୁଯୋଗ ଆସିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଫିକା ନୀଳ। ଆରାଧନା: ମାଆ ଭଦ୍ରକାଳୀ।

କୁମ୍ଭ: ଆପଣଙ୍କ ଲାଗି ବଢ଼ିଆ ସମ୍ଭାବନା ରହିଛି। କାର୍ଯ୍ୟ କ୍ଷେତ୍ରରେ ନୂଆ ଅବସର ପ୍ରାପ୍ତ ହେବ। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହୋଇଯିବ। ବିଦେଶରେ ଶିକ୍ଷା ପ୍ରାପ୍ତ କରିବା ଲାଗି ଦିନଟି ଉତ୍ତମ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ତାରିଣୀ।

ମୀନ: ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ଖୁସିର ମାହୋଲ୍‌ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ.

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button