ରାଶିଫଳ

ଆଜିର ରାଶିଫଳ

ଆ.ଓ.ରି(ତା୨୮|୫)-

ମେଷ

ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ । ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ପ୍ରଶାସନିକ ସ୍ତରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।

ବୃଷ

କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିବେ। ଅଫିସ୍‌ କାମର ଚାପ ପ୍ରଭାବରୁ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ । ପରିବାର କ୍ଷେତ୍ରରେ ଏମିତି କେତେକ କଥା ରହିଛି, ଯାହାକୁ କି କହିପାରିବେ ନାହିଁ । ଏଣୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ମାନସିକ ଅଶାନ୍ତିର କାରଣ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ମିଥୁନ

ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ । ଯେଉଁ କାମଟିକୁ ଆଜିଯାଏ ଆପଣ କରି ପାରୁନଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ । ମାତ୍ର ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।

କର୍କଟ

ଆଜି ଆପଣ ପ୍ରତିବନ୍ଧକର ସାମ୍‌ନା କରି, ପରିସ୍ଥିତି ସହ ଲଢେଇ କରି କାମ ହାସଲ କରିପାରିବେ। ଗତକାଲି ଠାରୁ ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେହି କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ।

ସିଂହ

ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ପାଇଁ ଦିନଟି ବହୁତ ଭଲ । ଉଚ୍ଚ ପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।

କନ୍ୟା

ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହୋଇପାରେ। ଅବଶ୍ୟ ଅନ୍ୟମାନଙ୍କ ସକାଶେ ଦୀର୍ଘଦିନ ହେଲା ଯେଉଁ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇଥିଲେ, ତାହା ଅକ୍ଳେଶରେ ହୋଇଯିବ । ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।

ତୁଳା

ଆଜି ହାତ ଖାଲି ରହିବ ନାହିଁ। ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ। କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟରେ ପ୍ରଶଂସିତ ହେବେ । କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢିପାରିବ ନାହିଁ ।

ବିଛା

ଅଯଥା ଭୟ, ଆଶଙ୍କା ମଧ୍ୟରେ ଦିନଟିକୁ କଟାଇବେ। ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିବ । ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ, ତାହା ନ ପାଇ ମନ ଭଲ ରହିବ ନାହିଁ। ଭୁଲ୍‌ ବୁଝାମଣାବଶତଃ ସାଧାରଣ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ଧନୁ

ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ କୌଣସି ଅସୁବିଧା ହେବ ନାହିଁ। ଯେକୌଣସି କ୍ଷେତ୍ରରେ ମଧ୍ୟ ତରବର ନ ହୋଇ ଭାବଚିନ୍ତି କାମ କରିବା ଭଲ ହେବ। ଅଫିସରଙ୍କ ସମ୍ମୁଖରେ ନିଜ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ।

ମକର

ଗତକାଲିଠାରୁ ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଯେତେ ଭଲକଥା କୁହନ୍ତୁ କିମ୍ବା କରନ୍ତୁ, ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କ ଘରୋଇ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ ।

କୁମ୍ଭ

ଦିନଟିରେ ମାନ୍ଦା ବେପାର, ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ। ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତିରୁ ସହସା ମୁକ୍ତି ମିଳିବ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ.

ମୀନ

ପାରିବାରିକ ସ୍ଥିରତା ଓ କର୍ମକ୍ଷେତ୍ରର ସ୍ଥିତି ଅକ୍ଷୁଣ୍ଣ ରହିଥିଲେ ହେଁ ଗୋଟିଏ ସମସ୍ୟା ଶେଷ ହେଉ ହେଉ ଅନ୍ୟ ଏକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ। ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ମନ୍ଦ ନୁହେଁ । କିନ୍ତୁ ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ । ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି, କିନ୍ତୁ ସଭାସମିତିରେ ସଫଳତା ହାସଲକରିବେ ।

Related Articles

Leave a Reply

Your email address will not be published. Required fields are marked *

Back to top button