ରାଶିଫଳ

ଆଜିର ରାଶିଫଳ

ଆ.ଓ.ରି(ତା୨୧|୫)-

*ମେଷ:* ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ଆଜି ନୂଆ ଲୋକଙ୍କ ସହିତ ପରିଚୟ ହେବ। କଂପ୍ୟୁଟର ଇଂଜିନିୟରଙ୍କୁ ବଡ଼ କଂପାନିରେ ଚାକିରିର ପ୍ରସ୍ତାବ ମିଳିବ। ପ୍ରେମିକା ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

*ବୃଷ:* କୌଣସି ପ୍ରକାର ମାମଲାରେ ବ୍ୟସ୍ତ ରହିବେ। ଅନ୍ୟମାନଙ୍କ କଥା ଗମ୍ଭୀରତାର ସହ ଶୁଣନ୍ତୁ। ଅଫିସରେ କୌଣସି ନୂଆ ପରିଯୋଜନା ମିଳିପାରେ। ବୈବାହିକ ଜୀବନ ପାଇଁ ଦିନଟି ଭଲ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।

*ମିଥୁନ:* ଆପଣଙ୍କ ବ୍ୟବହାରରେ ଅନ୍ୟର ହୃଦୟ ଜିଣିବେ। କୌଣସି କାମରୁ ଆଜି ବଡ଼ ଫାଇଦା ହେବ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କର ସିଦ୍ଧି ପ୍ରାପ୍ତ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲୋକନାଥ।

*କର୍କଟ:* ଭାଗ୍ୟର ସହଯୋଗ ପାଇବେ। ମନ ମୁତାବକ ଫଳାଫଳ ମିଳିବା ହେତୁ ଖୁସି ରହିବେ। ପ୍ରଫେସରଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

*ସିଂହ:* ସାବଧାନତାର ସହ କାମ କରନ୍ତୁ; ସଫଳତା ପାଇବେ। ଦୂରସ୍ଥାନକୁ ଯାତ୍ରାରେ ଯିବେ। ଦୀର୍ଘ ଦିନର କୌଣସି ଆଶା ପୂରା ହେବ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶି ପାରନ୍ତି। ଖାଦ୍ୟ ପାନୀୟର ମଜା ନେବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ସମଲେଶ୍ୱରୀ।

*କନ୍ୟା:* ଅନ୍ୟମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ କଥା ଆଲୋଚନା କରନ୍ତୁ ନାହିଁ। ସାମାଜିକ ସମାରୋହରେ ସହଯୋଗ କରିବାର ସୁଯୋଗ ମିଳିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

*ତୁଳା:* ଆପଣଙ୍କ ମହତ୍ତ୍ଵାକାଂକ୍ଷାକୁ ବଳ ମିଳିବ। ଆପଣଙ୍କ ଲକ୍ଷ୍ୟ ପୂରା କରିବା ଦିଶାରେ କାମ କରିବେ। ବ୍ୟବସାୟରେ ଧନଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

*ବିଛା:* ମନରେ ଧାର୍ମିକ ଭାବନା ଉଦୟ ହେବ। ବାପାମାଆଙ୍କ ସେବା କରନ୍ତୁ; ଭଲ ଫଳ ପାଇବେ। ଆଇନକାନୁନ ମାମଲାର ସମାଧାନ ହୋଇପାରେ। ଆଜି ଆପଣଙ୍କ କାମରେ କର୍ତ୍ତୃପକ୍ଷ ପ୍ରଭାବିତ ହେବେ। କ୍ରିକେଟ୍‌ ଖେଳାଳିମାନେ ବଢ଼ିଆ ପ୍ରଦର୍ଶନ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

*ଧନୁ:* ଆପଣ ନିଜର ଇଚ୍ଛା ପୂରା କରିବା ଲାଗି ଚେଷ୍ଟା କରିବେ। ଧନର ଆଗମନ ହେବ। ଗୁରୁତ୍ଵପୂର୍ଣ୍ଣ ଆଲୋଚନାରେ ଯୋଗଦେବା ପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବା ଲାଗି ପ୍ରତିଦିନ ପ୍ରାତଃ ଭ୍ରମଣ ଓ ଯୋଗ କରନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭୈରବୀ।

*ମକର:* ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ଫୋନ୍‌ରେ ନିକଟ ସଂପର୍କୀୟଙ୍କ ସହିତ ଲମ୍ବା ସମୟ ଧରି କଥାବାର୍ତ୍ତା ହେବେ। ବ୍ୟବସାୟ ବୃଦ୍ଧି ଲାଗି ଉପାୟ ଫଳପ୍ରଦ ହେବ। ଆପଣଙ୍କ ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

*କୁମ୍ଭ:* ଗ୍ରହମାନଙ୍କ ଶୁଭଦୃଷ୍ଟି ହେତୁ ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବନାହିଁ। ଶତ୍ରୁଙ୍କ ଉପରେ ବିଜୟ ହାସଲ କରିବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ପ୍ରେମର ଆବେଦନ ଲାଗି ଶୁଭ ସମୟ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

*ମୀନ:* ଦିନଟି ସକାରାତ୍ମକ ରହିବ। ବ୍ୟବସାୟର ସଉଦା ପାଇଁ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଆପଣଙ୍କ ଚେଷ୍ଟା ସଫଳ ହେବ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। କ୍ରିକେଟ୍‌ ଖେଳାଳିମାନେ ଭଲ ପ୍ରଦର୍ଶନ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button