March 22, 2023

ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ଗୁଳି ବିନିମୟରେ ୨ ଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ

1 min read

ଆଓରି-ନୂଆଦିଲ୍ଲୀ(୨୭/୦୨) : ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ବୁଧବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୨୩ ପାରାମିଲିଟାରୀ ଫୋର୍ସ, ସିଆର୍‌ପିଏଫ୍‌ ଏବଂ ଏସ୍‌ଓଜି ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥବରେ ୨ ଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।  ସୁରକ୍ଷା ଦୃଷ୍ଟିରୁ କେତେକ ଅଞ୍ଚଳରେ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.