ଜାତୀୟରାଜ୍ୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅବସରରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କଲେ ଧର୍ମେନ୍ଦ୍ର ପ୍ରଧାନ

ଆଓରି-ଭୁବନେଶ୍ଵର(୧୭/୯) : ସେପ୍ଟେମ୍ବର ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗ୍ରସ୍ତକୁ ନେଇ ବିଜେପି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଜୋର ସୋରରେ ଆରମ୍ଭ ହୋଇଛି ।  ଆଜି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ତଥା କୌଶଳ ବିକାସ ଓ ଦକ୍ଷତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡ଼ା ଗ୍ରସ୍ତରେ ଯାଇଛନ୍ତି । ଏହା ପୂର୍ବରୁ ଜୁଏଲ ଓରାମ ଏବଂ ସୁରେଜ ପୂଜାରୀ ମଧ୍ୟ ଝାରସୁଗୁଡା ପରିଭ୍ରମଣ କରିବା ସହିତ ଝାରସୁଗୁଡା ବିମାନ ବନ୍ଦର ପରିଦର୍ଶନ କରିଥିଲେ |

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅବସରରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ । ଏହା ପରେ ମୋଦୀଙ୍କ ଗ୍ରସ୍ତକୁ ନେଇ ହୋଟେଲ ଶଙ୍କର ଠାରେ ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରଧାନମନ୍ତ୍ରୀଙ୍କ ଗ୍ରସ୍ତକୁ ସଫଳ କରିବା ନେଇ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ କର୍ମୀ ଓ ନେତାଙ୍କ ସହ ଆଲୋଚନା କରିଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button