ଜାତୀୟସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୨,୭୮୮ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ଆଓରି-ନୂଆଦିଲ୍ଲୀ(୦୨/୦୬) : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାରରୁ ସାମାନ୍ୟ ଅଧିକ ଅଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୭୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୨୦୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୩,୦୭,୮୩୨ ଓ ମୃତ୍ୟୁସଂଖ୍ୟା ୩,୩୫,୧୦୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୩୧,୪୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୧,୭୯,୦୮୫ରେ ପହଞ୍ଚିଛି।

Related Articles

Leave a Reply

Your email address will not be published. Required fields are marked *

Back to top button