ରାଶିଫଳ

ଆଜିର ରାଶିଫଳ

ମେଷ: ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ଅଛି। ତ୍ୟାଗପୂତ ଜୀବନଯାପନ କରିପାରନ୍ତି। ନୀତିରୁ ବିଚ୍ୟୁତ ହେବେ ନାହିଁ। ଧନଯୁକ୍ତ ହେବେ। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାର ପ୍ରୟାସ ଜାରି ରଖିପାରନ୍ତି।

ବୃଷ: ଆଶାବାଦୀ ହେବେ। ଆୟ ଉତ୍ତମ ଧରଣର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପ୍ୟତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉନ୍ନତ ହେବ।

ମିଥୁନ: ମାନସିକ ଦୁଶ୍ଚିନ୍ତା ବୃଦ୍ଧି ହୋଇପାରେ। ପ୍ରତାରିତ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଆପଣଙ୍କ ପାଇଁ ଭଲ। ବନ୍ଧୁ ବିରୋଧର ସମ୍ମୁଖୀନ ହେବେ। ସ୍ନେହବୋଳା କଥାରେ ଅନ୍ୟମାନଙ୍କ ମନ କିଣିବେ। ଖର୍ଚ୍ଚାନ୍ତ ହେବେ।

କର୍କଟ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ସିଂହ: ପ୍ରିୟ ବ୍ୟକ୍ତିଙ୍କୁ ସାହାଯ୍ୟ ସହଯୋଗ କରିପାରନ୍ତି। ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ। ମନ ପ୍ରସନ୍ନ ରହିବ। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ।

ତୁଳା: ବିପଦର ସୂଚନା ପାଇପାରନ୍ତି। ଅର୍ଥାଭାବ ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। କେବଳ ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କ ରହିବେ।

ବିଛା: ସମ୍ମାନିତ ହୋଇପାରନ୍ତି। ସୁଖକର ଘଟଣାମାନ ଘଟିବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଶୁଭକାର୍ଯ୍ୟ ପାଇଁ ସମୟ ଓ ମାର୍ଗ ଉନ୍ମୁକ୍ତ ରହିଛି। ସୁଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।

ଧନୁ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିପାରନ୍ତି।

ମକର: ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ଖବର ମିଳିପାରେ। ଦିନଟି ମଧ୍ୟମ ଧରଣର। ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ ଖୁସି ହେବେ। ପତ୍ନୀଙ୍କ ସହାୟତା ମିଳିବ।

କୁମ୍ଭ: ଦାନଶୀଳ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଆପଣଙ୍କ ଶ୍ରମର ମୂଲ୍ୟାଙ୍କନ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷକମାନଙ୍କୁ ଉତ୍ସାହିତ କରିପାରନ୍ତି। ଜଳପ୍ରତି ଆଦର ପ୍ରେମୀ ହେବେ। ଗୁଣବାନ୍‌ ହେବେ।

ମୀନ: ଧୈର୍ଯ୍ୟ ରଖି କାର୍ଯ୍ୟ କଲେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦିଅଁ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ। ଅଶାନ୍ତିର ଉପଶମ ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button