ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪,୦୬୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ଆଓରି-ନୂଆଦିଲ୍ଲୀ (୨୪/୦୬) :କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୪,୦୬୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୩୨୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୦,୮୨,୭୭୮ ଓ ମୃତ୍ୟୁସଂଖ୍ୟା ୩,୯୧,୯୮୧ରେ ପହଞ୍ଚିଛି। ଦିନକରେ ଆଉ ୬୮,୮୮୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୦,୬୩,୭୪୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୬୧ରେ ପହଞ୍ଚିଛି। ୬,୨୭,୦୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୩୦,୧୬,୨୬,୦୨୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button